ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା ଓ ଟମାଟୋ ମାଡ଼

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନ ଘେରାଉ ବେଳେ ଉତ୍ତେଜନା । ଛାତ୍ର କଂଗ୍ରେସ ପକ୍ଷରୁ ଆଜି ମୋହନ ମାଝୀଙ୍କ କ୍ୱାର୍ଟର୍ସ ଘେରାଉ ବେଳେ ପୋଲିସ ଓ ଛାତ୍ର କଂଗ୍ରେସ ନେତାଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି ।

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ବେଳେ ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି ।ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି ନାରାବାଜି କରିଥିଲେ କଂଗ୍ରେସ କର୍ମୀ। ଅନ୍ୟପଟେ ରାଜ୍ୟରେ ନାରୀ ନିର୍ଯାତନା ନେଇ ବିଜେଡି ଛାତ୍ର ଜନତା ଦଳ ପକ୍ଷରୁ ଆନ୍ଦୋଳନ କରାଯାଉଛି । ଯାହାକୁ ନେଇ ଛାତ୍ରଛାତ୍ରୀ ତଥା ବିଜୁ ଯୁବ ଜନତା ଦଳର ସମର୍ଥକ ଓ ନେତାମାନେ କଳା ବ୍ୟାଚ ପିନ୍ଧି ଆନ୍ଦୋଳନରେ ସାମିଲ ହୋଇଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital