ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ବାପା ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ

ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ (ବଡ଼ବାପାଙ୍କ ପୁଅ) ଭାଇ ଦୀନବନ୍ଧୁ ମାଝୀଙ୍କ ହୃଦଘାତରେ ମୃତ୍ୟୁ । ସୂଚନା ଅନୁସାରେ, ଦୀନବନ୍ଧୁ ମାଝୀ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ସଦସ୍ୟମାନେ ତାଙ୍କୁ ତୁରନ୍ତ ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲକୁ ନେଇଯାଇଥିଲେ। ମାତ୍ର ସେଠାରେ ଡାକ୍ତରମାନେ ତାଙ୍କୁ ପରୀକ୍ଷା କରି ମୃତ ଘୋଷଣା କରିଥିଲେ । ପ୍ରାଥମିକ ସୂଚନା ଅନୁଯାୟୀ ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।ଏବେ ଲୋୟର ପିଏମଜି ସ୍ଥିତ ସରକାରୀ ବାସଭବନରେ ଦୀନବନ୍ଧୁଙ୍କ ମରଶରୀର ଅଛି।

ଅଧିକ ପଢନ୍ତୁ