ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଘିବ୍‌ଲି ଅବତାର

ମୋହନ ମାଝିଙ୍କ ଘିବ୍‌ଲି ଅବତାର ଦେଖିବାକୁ ମିଳିଛି । ଘିବ୍‌ଲି ଟ୍ରେଣ୍ଡରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ । ଏ ନେଇ ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି ।

ପୋଷ୍ଟ କରି ମୂଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର କେବଳ ମଧୁବାବୁଙ୍କ ଜନ୍ମମାଟି ନୁହେଁ, ଏହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ ସ୍ଥଳ। ଆଧୁନିକ ଭାରତରେ ଓଡ଼ିଆ ଭାଷାର ଉତ୍‍ଥାନ ତଥା ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପୁରୋଧାଙ୍କ ଜନ୍ମସ୍ଥଳୀ ହେଉଛି ଏ ପବିତ୍ର ମାଟି। ଯେଉଁ ମାଟିର ସନ୍ତାନ ସବୁ ପ୍ରତିକୂଳ ପରିସ୍ଥିତି ସହିତ ଲଢ଼ି, ଆମକୁ ଏକ ସ୍ଵତନ୍ତ୍ର ପରିଚୟ ଦେଇଥିଲେ, ତାଙ୍କୁ ସଶ୍ରଦ୍ଧ ପ୍ରଣିପାତ।

ଅଧିକ ପଢନ୍ତୁ

Odisha Darpan Digital