ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି ଏକ ଅଭାବନୀୟ ଘଟଣା।ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗୁରୁପ୍ରସାଦ ପଟ୍ଟନାୟକ ଥାନାରେ ଏକ ଲିଖିତ ଅଭିଯୋଗ କରି କହିଛନ୍ତି ଯେ ଗତ ୨୩ ତାରିଖ ରାତିରେ ପିଅନ ପାଣି ବଦଳରେ ପରିସ୍ରା ଦେଇଥିଲେ ।ଯନ୍ତ୍ରୀ ଜଣକ ଜାଣି ନ ପାରି ପରିସ୍ରା ପିଇ ଦେବାରୁ ଅସୁସ୍ଥ ହୋଇପଡ଼ିଥିଲେ। ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ପରେ ଥାନାରେ ଯନ୍ତ୍ରୀ ଅଭିଯୋଗ କରିଥିଲେ।ଯନ୍ତ୍ରୀଙ୍କ ଅଭିଯୋଗ ଅନୁସାରେ, ଗତ ଜୁଲାଇ ୨୩ ତାରିଖ ରାତିରେ ସେ କାର୍ଯ୍ୟାଳୟରେ କାମ କରୁଥିବା ବେଳେ ପିଅନ ଭାବେ କାର୍ଯ୍ୟରତ ସୁବାଷ ଚନ୍ଦ୍ର ବେହେରାଙ୍କୁ ପିଇବା ପାଇଁ ପାଣି ମାଗିଥିଲେ । କିନ୍ତୁ ଅଭିଯୁକ୍ତ ପିଅନ ଜଣକ ଏକ ପାଣି ବୋତଲରେ ପରିସ୍ରା ଭର୍ତ୍ତି କରି ତାଙ୍କୁ ଦେଇଥିଲେ । କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଯନ୍ତ୍ରୀ ଜଣକ କିଛି ନ ଜାଣିପାରି ସେହି ପରିସ୍ରାକୁ ପିଇ ଦେଇଥିଲେ । ପିଇବା ପରେ ତାଙ୍କୁ କିଛି ଅସ୍ୱାଭାବିକ ଲାଗିବାରୁ ସେ ସନ୍ଦେହ କରିଥିଲେ । ପରେ ସେହି ପରିସ୍ରା ପିଇଥିବା ଜାଣିବା ପରେ ସେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
