ଯାଜପୁର ଛତିଆରେ ବୋମା ବିସ୍ଫୋରଣ, ୨ ମୃତ

ଯାଜପୁର ଛତିଆରେ ବୋମା ବିସ୍ଫୋରଣ ରେ ୨ଜଣଙ୍କ ମତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବୋମାମାଡ଼ରେ ଜଣେ ଗୁରୁତର ହୋଇଥିବାବେଳେ ତାଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେହିପରି ବୋମା ବିସ୍ଫୋରଣରେ ୨ଟି ବାଇକ ଜଳିଯାଇଥିବା ଜଣାପଡ଼ିଛି। ବିସ୍ଫୋରଣ ପଛର କାରଣ ଜଣାପଡ଼ିନାହିଁ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତ ଦେହକୁ ପୋଲିସ ଜବତ କରିଛି ।

ସ୍ଥାନୀୟ ପୋଲିସ ଘଟଣାରେ ପହଞ୍ଚି, ତଦନ୍ତ ଆରମ୍ଭ କରିଛି । ପୂର୍ବ ଶତ୍ରୁତାକୁ ନେଇ ବୋମା ମାଡ଼ ହୋଇଥିବା ପୋଲିସ ସନ୍ଦେହ କରୁଛି ।

ଅଧିକ ପଢନ୍ତୁ

Odisha Darpan Digital