ଯୋଗାଣ ମନ୍ତ୍ରୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବାଙ୍କୀ ମୁଖ୍ୟ ରାସ୍ତାର ବାରଙ୍ଗ ଥାନା ଷଣ୍ଢପୁର ଛକରେ ହାଇଓ୍ବା ସହ ମୁହାଁମୁହିଁ ଧକ୍କା ହୋଇଛି ମନ୍ତ୍ରୀଙ୍କ ଗାଡ଼ି । ଦୁର୍ଘଟଣାରେ କୌଣସି ପ୍ରକାର କ୍ଷତି ହୋଇ ନ ଥିବା ଜଣାପଡ଼ିଛି ।ମନ୍ତ୍ରୀ ଫେରିବା ବେଳେ ତାଙ୍କ କାର୍ ଏକ ଟ୍ରକ୍ ସହ ଧକ୍କା ହୋଇଥିବା କୁହାଯାଉଛି । ସ୍ଥାନୀୟ ଅଞ୍ଚଳରେ ସାମାନ୍ୟ ଉତ୍ତେଜନା ପରିସ୍ଥିତି ଦେଖିବାକୁ ମିଳିଥିଲା । କିନ୍ତୁ କିଛି ସମୟ ରେ ପରିସ୍ଥିତି ଶାନ୍ତ ହୋଇଯାଇଥିଲା ।ଦୁର୍ଘଟଣା ଖବର ପାଇ ବାରଙ୍ଗ ଥାନା ଓ ଗୋଡିସାହି ଫାଣ୍ଡି ପୋଲିସ ପହଞ୍ଚି ମନ୍ତ୍ରୀଙ୍କୁ ଅନ୍ୟ ଗାଡ଼ିରେ ଗନ୍ତବ୍ୟସ୍ତଳକୁ ପଠାଇଥିଲେ । ଏହା ସହିତ ହାଇୱାକୁ ଫାଣ୍ଡିରେ ଅଟକ ରଖି ତଦନ୍ତ ଜାରି ରଖିଛି ପୋଲିସ ।
