ଯୋଡ଼ା ଲଘୁଚାପ ପାଇଁ ୧୮ ଜିଲାକୁ ସତର୍କ କରାଇଲେ SRC

ଯୋଡ଼ା ଲଘୁଚାପ ପାଇଁ ରାଜ୍ୟର ବିଭିନ୍ନ ଜିଲା​‌ରେ ବର୍ଷା ଜାରି ରହିଛି। ଗୋଟିଏ ଲଘୁଚାପ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଥିବାରୁ ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ବିଳମ୍ବିତ ରାତି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର(ଏସଆରସି) ୧୮ ଜିଲାକୁ ସତର୍କତା ଜାରି କରିଛନ୍ତି।ଏହି ଜିଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ନୂଆପଡ଼ାରେ ଅବପାତଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ନେଇ ଆଲୋଚନା କରିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital