ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି । ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ।ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ୟ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି। ଚଳିତ ବର୍ଷ ରଥଯାତ୍ରା ସମୟରେ ମିଳୁଥିବା ଅବଧି ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ସାରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।ସେହିପରି ରଥଯାତ୍ରା ସମୟରେ କରାଯାଉଥିବା ଗର୍ଭଗୃହ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସଂରକ୍ଷଣ କାର୍ଯ୍ୟର ତଦାରଖ ଏଏସଆଇ ଉପ-ମହାନିର୍ଦ୍ଦେଶକ କିମ୍ବା ନିର୍ଦ୍ଦେଶକ ପଦବୀର ଅଧିକାରୀଙ୍କ ଦ୍ୱାରା କରାଯିବାକୁ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି ।

ଅଧିକ ପଢନ୍ତୁ

kc ads