ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ରଥଯାତ୍ରାର ଏକ ଭିଡିଓ ଶେୟାର କରି କହିଛନ୍ତି, ମହାପ୍ରଭୁ ଆମ ପାଇଁ ଆରାଧ୍ୟ ଓ ପ୍ରେରଣା…ପୂରା ବିଶ୍ୱରେ ରଥଯାତ୍ରାର ସ୍ବତନ୍ତ୍ର ପରିଚୟ ରହିଛି। ବିଭିନ୍ନ ରାଜ୍ୟରେ ଧୂମଧାମ୍‌ରେ ରଥଯାତ୍ରା ପାଳନ କରାଯାଏ। ପୁରୀରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା ଅଭୁତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେହିପରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । X ରେ କହିଛନ୍ତି, “ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ ଉପରେ ବିଜେ ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତ ଦିବ୍ୟ ଅନୁଭୂତି ଲାଭ କରିଥାନ୍ତି । ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସାରା ପୃଥିବୀରେ ଶାନ୍ତି, ମୈତ୍ରୀ ଓ ସଂପ୍ରୀତି ଅବ୍ୟାହତ ରହୁ, ଏହି ପୁଣ୍ୟ ଅବସରରେ ଏହା ମୋର ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା”।

ଅଧିକ ପଢନ୍ତୁ