ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ଲାଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

ଅଧିକ ପଢନ୍ତୁ