ରାଉରକେଲା ବିମାନ କ୍ରାସ ଘଟଣାରେ ଜଣେ ମୃତ

ରାଉରକେଲା ବିମାନ କ୍ରାସ ଘଟଣାରେ ଜଣେ ମୃତ । ଆଜି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶୁଶାନ୍ତ ବିଶ୍ୱାଳ । ମୁମ୍ବାଇ ଏୟାର ଲିଫ୍ଟ ପାଇଁ ପ୍ରସ୍ତୁତି ବେଳେ ମୃତ୍ୟୁ ଘଟିଛି।ଗତ ୧୦ ତାରିଖରେ ହୋଇଥିଲା ବିମାନ ଦୁର୍ଘଟଣାଆହତ ସୁନୀଲ ଅଗ୍ରୱାଲ ଓ ତାଙ୍କ ପତ୍ନୀ ସବିତା ଆଗ୍ରୱାଲଙ୍କୁ ମୁମ୍ୱାଇ ଏୟାରଲିଫ୍ଟ କରାଯାଇଥିଲା । ଶୁଶାନ୍ତ ବିଶ୍ୱାଳ ମଧ୍ୟ ଏକ ଘରୋଇ ହସ୍ପିଟାଲ ରେ ଚିକିତ୍ସାଧୀନ ଥିଲେ । ଭୁବନେଶ୍ବରରରୁ ରାଉରକେଲାକୁ ଅଭିମୁଖେ ୯-ସିଟ୍ ବିଶିଷ୍ଟ ଛୋଟ ଏକ ଘରୋଇ ବିମାନ ଉଡାଣ ଭରିଥିଲା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ରାଉରକେଲା ଜଲଦା ନିକଟରେ ଲ୍ୟାଣ୍ଡିଂ କରିଥିଲା । ଦୁର୍ଘଟଣାରେ କ୍ୟାପଟେନ ନବୀନଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା ।ଏହି ଦୁର୍ଘଟଣାରେ ପାଇଲଟ ସମେତ ୬ ଜଣ ଯାତ୍ରୀ ଆହତ ହୋଇଥିଲେ। ବିମାନ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମଧ୍ୟରେ ଦୁଇ ଜଣ କ୍ୟାପଟେନ୍ ନବୀନ ଖାଡେଙ୍ଗା, ତରୁଣ ଶ୍ରୀବାସ୍ତବ ରହିଥିବା ବେଳେ ୪ ଜଣ ଯାତ୍ରୀ ରହିଥିଲେ । ଯାତ୍ରୀମାନଙ୍କ ମଧ୍ୟରେ ସୁଶାନ୍ତ କୁମାର ବିଶ୍ୱାଳ, ଅନିତା ସାହୁ, ସୁନୀଲ ଅଗ୍ରଓ୍ୱାଲ, ସବିତା ଅଗ୍ରଓ୍ୱାଲ, ସବିତା ଅଗ୍ରଓ୍ୱାଲ ରହିଥିଲେ। ତେବେ ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ଅଧିକ ପଢନ୍ତୁ