ରାଜଧାନୀରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ।

ରାଜଧାନୀରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ । ବିଏମ୍‌ସି ଅଫିସରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣର ପ୍ରତିବାଦରେ ସଫେଇ କର୍ମଚାରୀ ମାନେ କାର୍ଯ୍ୟବନ୍ଦ କରିଛନ୍ତି । ୱାର୍ଡକୁ ସଫେଇ ପାଇଁ ନଯାଇ ଲାଇନ୍ ହୋଇ ଠିଆ ହୋଇଛି ପ୍ରାୟ ୧୫ ସଫେଇ ଗାଡ଼ି । ତେବେ ଏହି ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ମାନେ ହେଲେ ଜୀବନ ରାଉତ, ରଶ୍ମୀ ମହାପାତ୍ର ଏବଂ ଦେବାଶିଷ ପ୍ରଧାନ। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।ସକାଳ ୬ ରୁ ଆରମ୍ଭ ହୋଇ ଦିନ ୨ ପର୍ଯ୍ୟନ୍ତ ସଫେଇ କାର୍ଯ୍ୟକ୍ରମ ହୋଇଥାନ୍ତା। ହେଲେ ଏବେ ଯାଏଁ କୌଣସି ସଫେଇ କାର୍ଯ୍ୟକ୍ରମ ଆରମ୍ଭ ହୋଇନି ବୋଲି କହିଛନ୍ତି ସଫେଇ କର୍ମଚାରୀ।

ଅଧିକ ପଢନ୍ତୁ