ରାଜଧାନୀରେ ୧୧ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଅଞ୍ଚଳର ନାବାଳିକା ଜଣକ ବାପା-ମା’ଙ୍କ ସହ ଭୁବନେଶ୍ବରରେ ରୁହନ୍ତି । ପ୍ରଥମେ ଗତ ୪ ତାରିଖରେ ସ୍ଥାନୀୟ ଅଞ୍ଚଳର ଜଣେ ପାନ ଦୋକାନୀ ନାବାଳିକାକୁ ଏକୁଟିଆ ପାଇ ଦୁଷ୍କର୍ମ ଉଦ୍ୟମ କରିଥିଲା । ତେବେ ନାବାଳିକା ପାଟି କରିବାରୁ ଖସି ପଳାଇଥିଲା । ବୁଧବାର ପୁଣିଥରେ ନାବାଳିକା ଏକୁଟିଆ ଘରେ ଥିବାର ସୁଯୋଗ ନେଇ ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲା। କାହାକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇ ଫେରାର ହୋଇଯାଇଛି।ପୋଲିସ ସମ୍ପୃକ୍ତ ନାବାଳିକାଙ୍କୁ ଡାକ୍ତରୀ ମାଇନା କରାଇଥିବେଳେ ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

ଅଧିକ ପଢନ୍ତୁ