ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM।

ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀମାନେ କାର୍ଡ ନମ୍ବର ମାରି ATMରୁ ଚାଉଳ ଉଠାଇ ପାରିବେ। ଏହି ଏଟିଏମରେ ୨୪ ଘଣ୍ଟିଆ ଚାଉଳ / ଗହମ ଉପଲବ୍ଧ ହେବ ।ଯଦି ଏହି ଏଟିଏମ୍ ସଫଳତାର ସହ କାର୍ଯ୍ୟ କରେ ତେବେ ଆଗାମୀ ଦିନରେ ସବୁ ଜିଲ୍ଲା ଆଉ ବ୍ଲକରେ ଏହା ଖୋଲାଯିବ।ତେବେ ଏହି ସୁବିଧା ପାଇବାକୁ ହେଲେ ଜଣେ ହିତାଧିକାରୀଙ୍କୁ ପ୍ରଥମେ ମେସିନରେ ବାୟୋମେଟ୍ରିକ, ରାସନ କାର୍ଡ, ଆଧାର କାର୍ଡର ସୂଚନା ଦେବାକୁ ପଡ଼ିବ ।

ଲୋକମାନେ ଟିପ୍ ଚିହ୍ନ ଦେଇ ବାୟୋମେଟ୍ରିକ ଯାଞ୍ଚ କରିବା ପରେ ଏଟିଏମ୍‌ରୁ ଟଙ୍କା ଭଳି ଚାଉଳ ବାହାର କରିପାରିବେ । ଏହି ମେସିନକୁ ସମ୍ପୂର୍ଣ୍ଣ ଓଡ଼ିଆ ଭାଷାରେ ସ୍ଥାପନ ଯାଇଥିବା ଜଣାପଡ଼ିଛି । ଏହି ଏଟିଏମ୍ ବସିବା ଫଳରେ ରାସନକାର୍ଡଧାରୀମାନେ ଆଉ କଣ୍ଟ୍ରୋଲ ଦୋକାନ ଆଗରେ ଲମ୍ବା ଲାଇନ ଲଗାଇ ଛିଡ଼ା ହେବେ ନାହିଁ ।

ଅଧିକ ପଢନ୍ତୁ

Odisha Darpan Digital