ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ରାଜ୍ୟକୁ ପୁଣି ଫେରିଛି ଶୀତ । ଆଗାମୀ ୪ଦିନ ଯାଏ ରହିବ ପ୍ରଭାବ । ରାତି ତାପମାତ୍ରାରେ ୨-୪ ଡ୍ରିଗ୍ରୀ କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଯାହା ଫଳରେ ରାଜ୍ୟରେ ଶୀତ ଆହୁରି ବଢ଼ିବ । ଅଭ୍ୟାନ୍ତରୀଣ ଓଡ଼ିଶା ସହିତ ଦକ୍ଷିଣ ଓଡ଼ିଶାରେ ରହିବ ଶୀତ ପରକୋପ ।
