ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।ଆଉ ୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କ ନିକଟକୁ ପ୍ରସ୍ତାବ ଦିଆଯାଇଛି। ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସୂଚନା ଅନୁସାରେ ନୂତନ ଜିଲ୍ଲା ପାଇଁ ଦାବି ହେଉଥିବା ସ୍ଥାନ ଗୁଡ଼ିକ ହେଲା ; ପଦମପୁର, ଧର୍ମଗଡ଼, ପଶ୍ଚିମ ମୟୁରଭଞ୍ଜ, ରାଇରଙ୍ଗପୁର, ଖିଚିଂ, କରଞ୍ଜିଆ, ବଣାଇ, ରାଉରକେଲା, ବେଦବ୍ୟାସ, ଟିଟିଲାଗଡ, କଣ୍ଟାବାଞ୍ଜି, ପାଟଣାଗଡ଼, ତାଳଚେର, ପାଲଲହଡା, ଭୁବନେଶ୍ୱର, ଘୁମୁସର, ଋଷିକୂଲ୍ୟା, ବ୍ରହ୍ମପୁର, ଭଞ୍ଜନଗର, କବିସୂର୍ଯ୍ୟନଗର, ଚଣ୍ଡିଖୋଲ, ଆଠଗଡ଼, କୁଚିଣ୍ଡା, ବାଲିଗୁଡା, ଆନନ୍ଦପୁର, ନୀଳଗିରି, ସୋର, ଜଳେଶ୍ୱର, ନିମାପଡା ଓ ଗୁଣୁପୁର।୧୯୩୬ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ବେଳେ ମାତ୍ର ୬ଟି ଜିଲା (କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମ) ଥିଲା। ପରବର୍ତ୍ତୀ ସମୟ ଆଉ ୭ଟି ଜିଲା (ବଲାଙ୍ଗୀର, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ଫୁଲବାଣୀ ଓ ସୁନ୍ଦରଗଡ଼) ମିଶି ଜିଲା ସଂଖ୍ୟା ୧୩ ହୋଇଥିଲା। ୧୯୯୩ ବିଜୁ ପଟ୍ଟନାୟକଙ୍କ ସରକାର ଅମଳରେ ୧୭ଟି ନୂଆ ଜିଲ୍ଲା ଗଠନ କରାଯାଇ ଜିଲା ସଂଖ୍ୟାକୁ ୩୦ କୁ ବୃଦ୍ଧି କରାଯାଇଥିଲା।
