ରାଜ୍ୟରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ମଧ୍ୟମ ବର୍ଷା ସମ୍ଭାବନା

ରାଜ୍ୟରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ୧୬ ଓ ୧୭ ତାରିଖରେ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।

ଏହା ପ୍ରଭାବରେ ଭାରୀ ବର୍ଷା ନ ହେଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ପାଣିପାଗ ବିଭାଗର ଆକଳନ କହୁଛି, ୧୪ ତାରିଖରେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ସମ୍ବଲପୁରରେ ଭାରୀ ବର୍ଷା ସମ୍ଭାବନା ଅଛି । ୧୫ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଦେବଗଡ଼ରେ ଅଧିକ ବର୍ଷା ହୋଇପାରେ ।

ଅଧିକ ପଢନ୍ତୁ