କାଳବୈଶାଖୀ ପରେ ପୁଣି ବଢ଼ିଲା ତାତି । ପାରଦ ଉପରମୁହାଁ । ବିଭିନ୍ନ ସ୍ଥାନରେ ୨ ରୁ ୪ ଡିଗ୍ରୀ ବଢ଼ିଛି ତାପମାତ୍ରା । ୨ ଦିନ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ତେବେ ୨୯ରୁ ପୁଣି କଲବଲ କରିବ ତାତି । ଗୁରୁବାର ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଓ ଭବାନୀପାଟଣାରେ ୩୯ ଡିଗ୍ରୀ, ଟିଟିଲାଗଡ଼, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ଯାଜପୁର, ଭୁବନେଶ୍ୱର, ଢେଙ୍କାନାଳ, ନୟାଗଡ. ଫୁଲବାଣୀ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଅନୁଗୁଳରେ ତାତି ୩୮ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଗତକାଲି ବୌଦ୍ଧ ସମେତ ଝାରସୁଗୁଡ଼ା, ସମ୍ବଲପୁର ଓ ହୀରାକୁଦର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ପାଖରେ ପହଞ୍ଚିଛି ।
