ରାଜ୍ୟରେ ଏହି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ସ୍ୱଳ୍ପରୁ ମାଧ୍ୟମ ଧରଣର ବର୍ଷା ଲାଗି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆହୁରୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ବିଶେଷକରି, ଉତ୍ତର ଓଡି଼ଶାରେ ଏହାର ପ୍ରଭାବ ଅଧିକ ରହିବ। କାହିଁକିନା, ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ- ଉତ୍ତର ଦିଗରେ ଝାଡଖଣ୍ତ ଆଡ଼କୁ ଗତି କରିବ। ଯାହା ଫଳରେ ଆଜି ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ କିଛି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ଯଥା ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇପାରେ । ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଅଧିକ ପଢନ୍ତୁ

Odisha Darpan Digital