ରାଜ୍ୟରେ ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି

ଓଡ଼ିଶାରେ ଖଣିଜ ସମ୍ପଦର ବିକାଶ ଓ ରାଜ୍ୟର ଅର୍ଥନୀତିକୁ ମଜବୁତ କରିବା ଲାଗି ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଉଛନ୍ତି।ମନ୍ତ୍ରୀ ବିଭୂତି ଭୂଷଣ ଜେନା  କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ ବର୍ଷରେ ୮ଟି ଖଣି ନିଲାମ କରିଛନ୍ତି । ଖୁବ୍‌ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ମନ୍ତ୍ରୀ କହିଛନ୍ତି । ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ । ତାହା ସହ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ସେ ଦିଗକୁ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି ।ଓଡ଼ିଶାର ଖଣିଜ ସମ୍ପଦ ଦେଶରେ ଅନ୍ୟତମ ସମୃଦ୍ଧ ଭାବେ ପରିଚିତ। ଏହି ୨୨ଟି ଖଣି ନିଲାମ ହେବା ଦ୍ୱାରା ରାଜ୍ୟରେ ଖଣିଜ ଉତ୍ପାଦନ ବୃଦ୍ଧି ପାଇବ ଏବଂ ଅର୍ଥନୈତିକ ଗତିଶୀଳତା ଆସିବ। 

ଅଧିକ ପଢନ୍ତୁ

Odisha Darpan Digital