ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେକରୋନାକୁ ନେଇ ରାଜ୍ୟରେ କୌଣସି ନିର୍ଦ୍ଦେଶାବଳୀ ଜାରି ହୋଇନାହିଁ । ୨୦୨୨ ମସିହାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁସାରେ ସବୁକିଛି ଜାରି ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ରହିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।ଦେଶରେ ଗତ ୨୪ ଘଣ୍ଟାରେ କୋରୋନାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୬୪ ନୂଆ ମାମଲା ଚିହ୍ନଟ ହୋଇଛି । ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ୩୦୨ ହୋଇଛି । ତେବେ ୩ ହଜାର ୨୮୧ ଜଣ କୋରୋନାରେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଅଧିକ ପଢନ୍ତୁ

kc ads