ରାଜ୍ୟରେ ଜାରି ରହିବ ଶୀତ। ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ ।। ୩୦ ତାରିଖ ବେଳକୁ କିଛି ସ୍ଥାନରେ ଅଧିକ ଶୀତ ହେବନି ଓ ପାଗ ଆରାମଦାୟକ ରହିବ ବୋଲି ପୂର୍ବାନୁମାନ କରଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଆସନ୍ତା ୭ଦିନ ଯାଏ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ଓ ଶୀତ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍ ଶୀତ ହେବ । ଏଠାରେ ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗର ଆକଳନରୁ ଜଣାପଡ଼ିଛି ।
