ରାଜ୍ୟରେ ପାରଦ ଖସୁଛି । ଫଳରେ ଶୀତର ପ୍ରକୋପ ବଢିବ

ରାଜ୍ୟରେ ବଢ଼ିବ ଶୀତ ପ୍ରକୋପ । ରାତି ତାପମାତ୍ରା ୨ଦିନ ଭିତରେ ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ । ବର୍ତ୍ତମାନ ପାଗ ମୁଖ୍ୟତଃ ଶୁଖିଲା ରହିବ । କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁରରେ ଘନ କୁହୁଡ଼ି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସତର୍କ କରାଇଛି ।ଶୁକ୍ରବାର ରାତିରେ କଟକ ଓ ଭୁବନେଶ୍ୱର ତାପମାତ୍ରା ଆହୁରି ୧-୨ ଡିଗ୍ରୀ ପାଖାପାଖି କମିପାରେ । ୬ ତାରିଖବେଳକୁ ଭୁବନେଶ୍ୱର ଓ କଟକରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହିପାରେ । ଅନ୍ୟପଟେ ପ୍ରବଳ ଶୀତରେ ଥରୁଛି ଶିମିଳିପାଳ । ସର୍ବନିମ୍ନ ତାପମାତ୍ରା ୪° ଡିଗ୍ରୀକୁ ଖସିଲା । ଶିମିଳିପାଳର ଆଭ୍ୟନ୍ତରୀଣ ଏବଂ ପାଦଦେଶରେ ଥିବା ଯଶିପୁର, ଠାକୁରମୁଣ୍ଡା, କରଞ୍ଜିଆ, ରରୁଆଁ ଓ ଶୁକୃଳି ବ୍ଲକ ଅଞ୍ଚଳରେ ଘନ କୁହୁଡି ସାଙ୍ଗକୁ ଶୀତର ଲହରୀ ଜାରି ରହିଛି ।

ଅଧିକ ପଢନ୍ତୁ