ରାଜ୍ୟରେ ବଢିଲା ବୁଥ ସଂଖ୍ୟା । SIR ପୂର୍ବରୁ ବୁଥ ସଂଖ୍ୟା ବୃଦ୍ଧି

ରାଜ୍ୟରେ ବଢିଲା ବୁଥ ସଂଖ୍ୟା । SIR ପୂର୍ବରୁ ବୁଥ ସଂଖ୍ୟା ବୃଦ୍ଧି କରାଯାଇଛି ।  ଆଉ ୭ ହଜାର ବୁଥ ବୃଦ୍ଧି କରାଯାଇଛି । ପୂର୍ବରୁ ୩୬ ହଜାର ବୁଥ ଥିବା ବେଳେ ଏବେ ପ୍ରାୟ ୪୩ ହଜାର ବୁଥ କରାଯାଇଛି। SIR ପାଇଁ ଓଡ଼ିଶା ପ୍ରସ୍ତୁତ ।  ଓଡିଶାରେ SIR ଲାଗୁ ପାଇଁ ପ୍ରସ୍ତୁତି ୫ମାସ ଧରି ଚାଲିଛି ।  ସବୁ ବୁଥରେ ବୁଥ ଲେବୁଲ ଅଧିକାରୀ ନିଯୁକ୍ତ କରାଯାଇଛି ।  ୨୦୦୨ ମସିହାରେ ଶେଷ ଥର ପାଇଁ ଓଡ଼ିଶାରେ SIR ହୋଇଥିଲା ।  ୨୦୦୨ରେ ଭୋଟର ତାଲିକାରେ ଯେଉଁମାନଙ୍କ ନାମ ଥିଲା ସେମାନଙ୍କ ସଂଶୋଧନ ଦରକାର ନାହିଁ ।  ସେଥିରେ ସେମାନଙ୍କ ପୁଅ ଝିଅଙ୍କ ନାମ ଯୋଡ଼ାଯିବ ।   ଯେଉଁମାନଙ୍କର ନାଁ ୨୦୦୨ ତାଲିକାରେ ନଥିବ ସେମାନଙ୍କୁ କିଛି ଡକ୍ୟୁମେଣ୍ଟ ଦେବାକୁ ପଡିବ ।୨୦୨୫ ଏବଂ ୨୦୦୨ ଡାଟା ଇଣ୍ଟିଗ୍ରେଟ ହୋଇସାରିଛି | ୭୦ ପ୍ରତିଶତ ମ୍ୟାପିଙ୍ଗ ସରିଛି । ଯେଉଁ ଭୋଟର ମାନେ ମ୍ୟାପିଙ୍ଗରେ ମିଳିବେ ନାହିଁ ସେମାନଙ୍କୁ ଆଉ କୌଣସି ଡକ୍ୟୁମେଣ୍ଟ ଦେବାକୁ ପଡିବ ।

ଅଧିକ ପଢନ୍ତୁ