ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ମାଲକାନଗିରି ଯିବେ ଦୁଇ ଅଧିକାରୀ

ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଛନ୍ତି ଏସ୍‌ଆର୍‌ସି ଦେଓରଞ୍ଜନ କୁମାର ସିଂ। ସ୍ଥିତି ଉପରେ ନଜର ରଖିବାକୁ ଇଞ୍ଜିନିୟରଙ୍କୁ ନିର୍ଦେଶ ଦିଆଯାଇଥିବା ବେଳେ ସମସ୍ତ ଫିଲ୍ଡ ଅଧିକାରୀଙ୍କୁ ସଜାଗ ରହିବାକୁ କୁହାଯାଇଛି। ବନ୍ୟାର ମୁକାବିଲା କରିବା ପାଇଁ ଓଡ୍ରାଫ ଓ ଏନଡିଆରଏଫ୍‌‌ ଟିମ୍‌‌କୁ ଜାଗ୍ରତ ରଖାଯାଇଛି । ତୁରନ୍ତ ଜଳ ନିଷ୍କାସନ କରିବାକୁ ନିର୍ଦେଶ ରହିଛି।ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛିା

ଅଧିକ ପଢନ୍ତୁ

Odisha Darpan Digital