ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ମୌସୁମୀ ବର୍ଷା। ଆଉ ସପ୍ତାହେ ଧରି ବର୍ଷା ସମ୍ଭାବନା

ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ରାତି ସାରା ବର୍ଷିବା ପରେ ଏବେ ବି ବର୍ଷୁଛି । ଗତକାଲି ଠାରୁ ବର୍ଷା ଲାଗି ରହିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି ।ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୩ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହୋଇପାରେ ।ଏହାର ପ୍ରଭାବରେ ସାରା ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ବର୍ଷା ଜାରି ରହିବା ସମ୍ଭାବନା ରହିଛି ।ଆଜି ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ