ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଣିକି ସମସ୍ତ ସ୍କୁଲରେ ସକାଳୁଆ ପାଠପଢ଼ା ଆରମ୍ଭ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ବର୍ତ୍ତମାନ ସ୍କୁଲଗୁଡ଼ିକ ସକାଳ ୬ଟା ୩୦ ମିନିଟ୍ରେ ଆରମ୍ଭ ହୋଇ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ । ପୂର୍ବରୁ ସ୍କୁଲ ସମୟ ଅଧିକ ଥିବା ବେଳେ ଖରା ବଢ଼ିବା ଯୋଗୁଁ ପିଲାମାନେ ଘରକୁ ଫେରିବା ସମୟରେ ଅଂଶୁଘାତର ଶିକାର ହେବାର ଆଶଙ୍କା ଥିଲା । ଏହି ନୂଆ ସମୟସୂଚୀ ଗ୍ରୀଷ୍ମ ଛୁଟି ଆରମ୍ଭ ହେବା ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସରକାର ସ୍ପଷ୍ଟ କରିଛନ୍ତି ।ଗଣଶିକ୍ଷା ସଚିବ ଏହି ସୂଚନା ଦେବା ସହ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଏହି ନିର୍ଦ୍ଦେଶ କଡ଼ାକଡ଼ି ଭାବେ ପାଳନ କରିବାକୁ ଚିଠି ଲେଖିଛନ୍ତି। ବିଦ୍ୟାଳୟଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ଜରୁରୀ ସୁବିଧା ପ୍ରତି ଧ୍ୟାନ ଦେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।
