ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ, ୪ ଜିଲ୍ଲାକୁ ଅରେଞ୍ଜ

ଆହୁରି ୨୪ ଘଣ୍ଟା ଲାଗି ରହିବ ବର୍ଷା। ବର୍ଷା ପ୍ରଭାବରେ ଅସ୍ତବ୍ୟସ୍ତ ଜନ ଜୀବନ । କାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଟୁଇନ୍‌ ସିଟି ସମେତ ପୁରୀରେ ସାରା ରାତି ବର୍ଷା ପ୍ରଭାବରେ ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ଉପୁଜିଛି।ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।  ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୪ଟି ଜିଲ୍ଲାରେ ବର୍ଷାର ପ୍ରକୋପ ଅଧିକ ରହିବ ।  ବରଗଡ଼, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।୧୧ଟି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ ନୂଆପଡ଼ାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ‘ୟେଲୋ ଆଲର୍ଟ’ ଜାରି ହୋଇଛି ।

ଅଧିକ ପଢନ୍ତୁ