ରାଜ୍ୟରେ ୨୦ ତାରିଖରୁ ତାତି ବଢ଼ିବା ସମ୍ଭାବନା । ଆଗାମୀ ୩ ଦିନ ପରେ ବର୍ଷା ପ୍ରଭାବ କମିବ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ଯାଏ ବିଜୁଳି, ଘଡଘଡ଼ି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଏହି ସମୟରେ, IMD ପୂର୍ବାନୁମାନ କରିଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ୫୦-୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
