ରାଜ୍ୟରେ ୨୯ ଯାଏଁ କାଳବୈଶାଖୀ ବର୍ଷା

ଆସନ୍ତା ୨୯ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ହୋଇପାରେ । ଶନିବାର ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ । ତେବେ ରବିବାର ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା ଓ ସମ୍ବଲପୁରରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବୋହିପାରେ । ତେବେ ଓଡ଼ିଶାକୁ ନାହିଁ ବାତ୍ୟା ବିପଦ । ସମ୍ଭାବ୍ୟ ବାତ୍ୟା ନେଇ ଆଇଏମଡି ପକ୍ଷରୁ କିଛି ଆକଳନ କରାଯାଇନାହିଁ । କିଛି ଗଣମାଧ୍ୟମରେ ଓଡ଼ିଶାକୁ ବାତ୍ୟା ମାଡ଼ ନେଇ ଖବର ପ୍ରସାରିତ ରହିଛି । କିନ୍ତୁ ଏସବୁ ଫେକ ନ୍ୟୁଜ ବୋଲି ପୂର୍ବରୁ ଆଇଏମଡି ସ୍ପଷ୍ଟ କରିସାରିଛି ।

ଅଧିକ ପଢନ୍ତୁ

kc ads