ରାଜ୍ୟରେ ୩ଟି ସିଭିଲ୍‌ ଜଜ୍ କୋର୍ଟ ଗଠିତ , ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ଜାରି

ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି । ଓଡ଼ିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରସ୍ତାବିତ ପରିବର୍ତ୍ତନଗୁଡ଼ିକୁ ଅନୁମୋଦନ କରିବା ପରେ ବିଜ୍ଞପ୍ତି ଜାରି କରାଯାଇଛି।ଏହି ତିନୋଟି କୋର୍ଟ ଗଠନ ହେବା ପରେ, ଏହି ରାଜସ୍ୱ ତହସିଲଗୁଡ଼ିକ ଉପରେ କ୍ଷେତ୍ରାଧିକାର ଥିବା ଅନ୍ୟ ସମସ୍ତ ଜୁନିଅର ଡିଭିଜନ ସିଭିଲ ଜଜ୍ କୋର୍ଟଗୁଡ଼ିକର କର୍ତ୍ତୃତ୍ୱ ଶେଷ ହୋଇଛି।

ଅଧିକ ପଢନ୍ତୁ

Odisha Darpan Digital