ରାଜ୍ୟରେ ୪୦ ଡିଗ୍ରୀ ଟପିବ ତାପମାତ୍ରା, ୬ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ

ମାର୍ଚ୍ଚରେ ୪୦ ଟପିବ ତାପମାତ୍ରା । କିଛି ଦିନ ପାଗ ସାମାନ୍ୟ ଥଣ୍ଡା ରହିବା ପରେ ତାତି ପୁଣି ବଢ଼ିଛି । ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ଧୀରେ ଧୀରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ। ଆସନ୍ତା ୧୩ ଓ ୧୪ ତାରିଖରେ ୬ଜିଲ୍ଲା ପାଇଁ ହିଟ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଅଧିକ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୭ ଦିନ ଯାଏ ପାଗ ଶୁଖିଲା ରହିବ । ଏପରିକି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ୪୦ ଡିଗ୍ରୀ ତାପମାତ୍ରା ଛୁଇଁପାରେ । ତେଣୁ ବାହାରକୁ ବାହାରିବା ସମୟରେ ପାଣି ବୋତଲ ସହ ପଗଡି ଭିଡିବା ଛତା ଧରି ଯିବା ଓ ସୂତା କପଡା ପିନ୍ଧିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ କଲବଲ କଲାଣି ଖରା । ଦିନ ୧୦ଟା ପରେ ଘରୁ ବାହାରିବା ବି ଅସମ୍ଭବ ହେଲାଣି ।

ଅଧିକ ପଢନ୍ତୁ