ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଦେବାଶିଷ, ଶୁଭାଶିଷ ଓ ଅଶ୍ୱିନୀ

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାଥି । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାଥି ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାଥି ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ଣ୍ଣିଂ ଅଫିସର ।ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ଓ ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ବିଜେପି ପ୍ରାର୍ଥୀଙ୍କୁ ବିଜେଡି ମଧ୍ୟ ସମର୍ଥନ କରିଥିଲା।ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦୁଇ କ୍ୟାଣ୍ଡେଟ ନାମାଙ୍କନ ଭରିଥିଲେ ।

ରାଜ୍ୟସଭା ପାଇଁ ଆଉ କେହି ପ୍ରାର୍ଥୀପତ୍ର ଦାଖଲ କରିନଥିବା ବେଳେ ଏହି ୩ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ୍ ରହିଛି। ୩ଟି ଆସନ ପାଇଁ ୩ ଜଣ ଆବେଦନ କରିଥିବାରୁ ସେମାନେ ର୍ନିଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି। ସଂଖ୍ୟା ଗରିଷ୍ଠତା ଥିବାରୁ ୩ ପ୍ରାର୍ଥୀ ବିନା ଭୋଟିଂରେ ରାଜ୍ୟସଭାକୁ ଯାଇଛନ୍ତି।

ଅଧିକ ପଢନ୍ତୁ