ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଘଟଣା। ବିଜେଡିର ଅଯୋଗ୍ୟତା ଆବେଦନକୁ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନ ସମୟରେ କ୍ରସ୍ ଭୋଟିଂ କରିଥିବା ଅଭିଯୋଗରେ ଆଠ ଜଣ ବିଧାୟକଙ୍କ ବିରୋଧରେ ବିଜେଡ଼ି ଏହି ଆବେଦନ ଦାଖଲ କରିଥିଲା । ସୁବାସିନୀ ଜେନା, ସୌଭିକ ବିଶ୍ବାଳ, ଚକ୍ରମଣି କହଁର, ସନାତନ ମହାକୁଡ଼, ନବ କିଶୋର ମଲ୍ଲିକ, ଅରବିନ୍ଦ ମହାପାତ୍ର, ରମାକାନ୍ତ ଭୋଇ ଓ ଦେବିରଞ୍ଜନ ତ୍ରିପାଠୀଙ୍କ ବିରୋଧରେ କରାଯାଇଥିବା ଅଯୋଗତ୍ୟା ଆବେଦନ ଖାରଜ ହୋଇଛି ।
