ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । 

ରାଜ୍ୟସଭା ଉପନିର୍ବାଚନ ଲାଗି ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି।ଆଜିଠୁ ଅଗଷ୍ଟ ୨୧ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ। ଅଗଷ୍ଟ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୨୭ରେ ପ୍ରତ୍ୟାହାର କରିବାର ଶେଷ ତାରିଖ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୩ରେ ମତଦାନ ଗ୍ରହଣ କରାଯାଇ ସେହିଦିନ ଫଳାଫଳ ଘୋଷଣା କରାଯିବ। ଓଡ଼ିଶାର ଗୋଟିଏ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ମମତା ମହାନ୍ତଙ୍କ ଇସ୍ତଫା ପରେ ଏହି ଆସନଟି ଖାଲିପଡିଛି।

ବିଧାନସଭାର ସଂଖ୍ୟାଗଣିତକୁ ହିସାବକୁ ନେଲେ ବିଜେପି ଖାତାକୁ ରାଜ୍ୟସଭା ଆସନ ଯିବା ନିଶ୍ଚିତ । ଦଳ ପାଖରେ ସଂଖ୍ୟା ହେଉଛି ୭୮ । ଏପରିକି ୩ ସ୍ବାଧୀନ ବିଧାୟକଙ୍କ ସମର୍ଥନ ବିଜେପି ସହ ରହିଛି । ବିଜେଡି ଛାଡି ବିଜେପିରେ ଯୋଗଦେଇଥିବା ମମତା ମହନ୍ତଙ୍କୁ ପୁଣି ଥରେ ବିଜେପି ରାଜ୍ୟସଭାକୁ ପଠାଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି ।

ଅଧିକ ପଢନ୍ତୁ