ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମାଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି । ସମାରୋହରେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ । ପାଇର ବିଦ୍ରୋହରେ ଯୋଦ୍ଧାମାନଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ । ଓଡିଶାର ସ୍ୱାଧୀନତା ସଂଗ୍ରାମୀ ଆମର ଚିର ନମସ୍ୟ ।
ଓଡିଶା ଭାରି ସ୍ୱାଭିମାନୀ, ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିଥିଲେ । ଆମ ବୀର ସଂଗ୍ରେମୀମାନେ ଇଂରେଜଙ୍କୁ ଦୋହଲାଇଦେଇଥିଲେ । ଯେତେବେଳେ ଅସ୍ମିତାର କୁଠାରଘାତ ହୋଇଛି, ତାକୁ ଓଡିଆ ଦମନ କରିଛନ୍ତି । ଖୁବଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।