ରାଜ୍ୟ କ୍ୟାବିନେଟରେ ୧୧ ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୟୂରଭଞ୍ଜ ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ । ରାଇରଂଗପୁର ପୁଲିସ ଜିଲ୍ଲାରେ ରହିବ ୨ଟି ଏସ୍‌ଡିପିଓ। ରାଇରଂଗପୁର, କରଂଜିଲ୍ଲାରେ ରହିବେ ଏସ୍‌ଡିପିଓ। ରାଇରଂଗପୁର ପୁଲିସ ଜିଲ୍ଲାରେ ରହିବ ୧୪ଟି ଥାନା ରହିବ। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ଅନୁମୋଦନ । ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ ୪ ହଜାର ୧୯୫ ପୋଷ୍ଟ ।

ଓଡ଼ିଶା ଆଦର୍ଶ ବିଦ୍ୟାଳୟମାସିକ ହଷ୍ଟେଲ ଫି’ ୨ ହଜାର ଟଙ୍କା ଛାଡ଼ ନିଷ୍ପତ୍ତି । ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ । ସମୃଦ୍ଧ ସହର ଯୋଜନା ପାଇଁ ୪ ,୮୭୯ .୩୦ କୋଟି ବ୍ୟୟ ଅଟକଳ ।2036 ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ ।ସ୍ବରାଷ୍ଟ୍ର, ସ୍ବାସ୍ଥ୍ୟ, ରାଜସ୍ବ, ଶକ୍ତି ବିଭାଗ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ । ଗୃହ ନିର୍ମାଣ ଓ ଗଣଶିକ୍ଷା ବିଭାଗ ପ୍ରସ୍ତାବକୁ ବି ମିଳିଲା ମୋହର ।

ଅଧିକ ପଢନ୍ତୁ

kc ads