ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ। ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ।ଖୁବ୍ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ। ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନା ହେବ ବୋଲି ସେ ସୂଚନା ଦେଇଛନ୍ତି।ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
ତେବେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସଂପର୍କରେ ସେ କହିଛନ୍ତି, ଏବେ ସେଭଳି କୌଣସି ସମ୍ଭାବନା ନାହିଁ। ଏନେଇ ନୂଆଦିଲ୍ଲୀରେ କୌଣସି ଆଲୋଚନା ମଧ୍ୟ ହୋଇନାହିଁ। ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
