ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୭୮ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୪୫,୪୨,୬୮୧/-(ପଇଞ୍ଚାଲିସ ଲକ୍ଷ ବୟାଳିସ ହଜାର ଛଅ ସହ ଏକାସୀ ଟଙ୍କା) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୩୯୯୧୬ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୧୮ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୨,୪୬,୦୧୬/-(ଦୁଇ ଲକ୍ଷ ଛୟାଳିସ୍ ହଜାର ଷୋହଳ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଭାରପ୍ରାପ୍ତ ଦାୟିତ୍ୱରେ ଥିବା ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତି ସସ୍ମିତା ମିଶ୍ର ପରିଚାଳନା କରିଥିଲେ Iଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଆଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିସ ପଟ୍ଟନାଏକ, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋସ୍, ଏସ. ଡି. ଜେମ୍ ଶ୍ରୀମତି ବର୍ଷା ଦାସ୍, ଗ୍ରାମ ନ୍ୟାୟଧିକାରୀ ଶ୍ରୀମତି ଜ୍ୟୋତିରମୟୀ ଷଡଙ୍ଗୀ, ଜେ.ଏମ୍.ଏଫ୍.ସି ଏସ୍.ଆର ତୋସାଲି ଏବଂ ରାୟଗଡା ବାର ଆସୋସିଏସନର ସଭାପତି ଶ୍ରୀ ଦେବିପ୍ରସାଦ ପଟ୍ଟନାଏକ, ସଚିବ ଶ୍ରୀ ମଙ୍ଗଳ ମୂର୍ତ୍ତୀ ବେଉରିଆ ଓ ଅନ୍ୟ ଆଇନଜୀବି ଶ୍ରୀ ମଦନ ମୋହନ ପାଢୀ, ଶ୍ରୀ ନବ କୁମାର କାଣ୍ଟା, ଶ୍ରୀ ବିଶ୍ୱନାଥ ଗନ୍ତାୟତ, ଶ୍ରୀ ବାବୁ ରାଜଗୁରୁ, ଶ୍ରୀ ଦେବରାଜ ନାଏକ, ଶ୍ରୀମତି ଭାରତି ତ୍ରିପାଠି ଓ ଅନ୍ୟ ଆଇନଜୀବି ପ୍ରମୁଖ ବିଭିନ୍ନ ଅଦାଲତ ପରିସରରେ ଅନୁଷ୍ଠିତ ହେଇଥିବା ବେଞ୍ଛରେ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତି ସସ୍ମିତା ମିଶ୍ର ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ରାଜସ୍ୱ ବିଭାଗ ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l
