ରିସେପ୍ସନ୍ ଦେଲେ ପିନାକୀ-ମହୁଆ : ଯୋଗ ଦେଲେ ସୋନିଆ ଗାନ୍ଧୀ

ଜର୍ମାନୀରେ ବାହାଘର ଆଉ ଦିଲ୍ଲୀରେ ଦେଲେ ରିସେପ୍ସନ | ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି | ତେବେ ଏହି ଭୋଜିରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ, ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ ପ୍ରମୁଖ ଯୋଗ ଦେଇଥିଲେ | ସେହିପରି ମହୁଆଙ୍କ ସହକର୍ମୀ ଭାବେ ସାଂସଦ ତଥା ଅଭିନେତ୍ରୀ ରଚନା ବାନାର୍ଜୀ, ବିଜେଡିର ସୁଲତା ଦେଓ, ସୁପ୍ରିୟା ସୁଲେ, କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ ପ୍ରମୁଖ ଯୋଗ ଦେଇଥିଲେ |୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ । ସେହିଭଳି ପ୍ରଥମ ସ୍ବାମୀ ଲାର୍ସ ବ୍ରରସନଙ୍କୁ ଛାଡ଼ପତ୍ର ଦେବା ପରେ ଜଣେ ଓକିଲ ଜୟ ଅନନ୍ତ ଦେହାଦ୍ରାଇଙ୍କ ସହ ମହୁଆଙ୍କର ପ୍ରେମ ସଂପର୍କ ରହିଥିଲା। ହେଲେ ତାଙ୍କ ଠାରୁ କିଛି ବର୍ଷ ତଳେ ମହୁଆ ଅଲଗା ହୋଇଯାଇଥିଲେ।

ଅଧିକ ପଢନ୍ତୁ

Odisha Darpan Digital