ଲଘୁଚାପର ପ୍ରଭାବ ଜାରି , ୨୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।ଆଗାମୀ କିଛି ଦିନ ମଧ୍ୟ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ରାଜ୍ୟର ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୫ଟି ଜିଲ୍ଲାକୁ ସତର୍କ କରାଯାଇଛି । ଏହାବାଦ୍ ବାଲେଶ୍ଵର, ଭଦ୍ରକ, ଯଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝରରେ ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ଆଶଙ୍କା ମଧ୍ୟ ରହିଛି। ୨୩ ଓ ୨୪ ତାରିଖରେ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ୨୫ରେ ଅଧିକ ବର୍ଷା ହୋଇପାରେ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଥିବା ବେଳେ ଲୋକମାନଙ୍କୁ ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ରହିବା, ଅନାବଶ୍ୟକ ଯାତ୍ରା ଏଡ଼ାଇବା ଏବଂ ପ୍ରଶାସନର ସତର୍କ ସୂଚନାକୁ ପାଳନ କରିବାକୁ ଅନୁରୋଧ କରାଯାଇଛି ।

ଅଧିକ ପଢନ୍ତୁ