ପୁଣି ବର୍ଷା ବଢ଼ିବ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ହେବାର ଆଶଙ୍କା ରହିଛି।
ଭଦ୍ରକ, ବାଲେଶ୍ୱରରେ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ,କଟକ ନୟାଗଡ, ପୁରୀ , ମୟୁରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ ଢେଙ୍କାନାଳ , ଗଂଜାମ, କୋରାପୁଟ ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟ ଉପରେ ମୌସୁମୀ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁଭାଁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ।