ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା

ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ଆସନ୍ତାକାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଅବପାତରେ ପରିଣତ ହେବ। ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ। ଉତ୍ତରପଶ୍ଚିମ ଓ ଆଗକୁ ଦୁଇଟି ଲଘୁଚାପ ଆସୁଥିବା ବେଳେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଉଭୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ୨୮ ସେପ୍ଟେମ୍ବର ଯାଏ ସମୁଦ୍ର ମଧ୍ୟ କୁ ଯିବାକୁ ବାରଣ କରିଛି ବିଭାଗ। କୋରାପୁଟ ଜିଲ୍ଲାର ସବୁ ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି।ସେହିପରି ସମ୍ବଲପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ସମ୍ବଲପୁରରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିଛି।

ଅଧିକ ପଢନ୍ତୁ

Odisha Darpan Digital