ଲଘୁଚାପ ପ୍ରଭାବରେ ୭ ଯାଏ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତର ଓଡ଼ିଶା ଓ ତତ୍ ସଂଲଗ୍ନ ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ମଧ୍ୟ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରକୁୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହାସହ ୩୦ ରୁ ୪୦ କିଲୋମିଟର୍ ପ୍ରତି ଘଣ୍ଟା ବେଗରେ ପବନ ବୋହିବା ସହ ବିଜୁଳି ଘଡଘଡି ର ପ୍ରଭାବ ଦେଖିବାକୁ ମିଳିବ । କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଲଘୁଚାପ ପ୍ରଭାବରେ ଆସନ୍ତା ୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି।ମେଘୁଆ ପାଗ ସହ ପବନ ପାଇଁ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ଅଧିକ ପଢନ୍ତୁ