ଲଘୁଚାପ ସୃଷ୍ଟି : ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ମଙ୍ଗଳବାର ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।୨୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଆଉ କିଛି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବ । ୨୬ ତାରିଖରେ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗିରରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଜି ସକାଳୁ ୩ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ କରିଛି ପାଣିପାଗ ବିଭାଗ। ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ଭଦ୍ରକ, ବାଲେଶ୍ଵର, ଗଞ୍ଜାମ , ଗଜପତି, ଜଗସିଂହପୁର , ପୁରୀ, ମୟୁରଭଞ୍ଜ, କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା ଆଦି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

ଅଧିକ ପଢନ୍ତୁ