ମାଣ୍ଡିଆ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡ଼ିଲେ କୁନ୍ଦୁଲି ଲ୍ୟାମ୍ପସ ମ୍ୟାନେଜର ସତ୍ୟରଞ୍ଜନ ଚାଲାଣ । ଶୁକ୍ରବାର କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ କୁନ୍ଦୁଲି ଲ୍ୟାମ୍ପର ଦାୟିତ୍ୱରେ ଥିବା ସତ୍ୟରଞ୍ଜନ ଚାଲାଣ ଜଣେ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଚାଲାଣ ମାଣ୍ଡିଆ କିଣିବାକୁ ବସ୍ତା ପିଛା ୪୫ ଟଙ୍କା ନେବାକୁ କହିଥିଲେ। ଏହିପରି ଭାବେ ୧୧୭ ବସ୍ତା ପାଇଁ ୩ ହଜାର ଟଙ୍କା ଲାଞ୍ଚ ଦେବାକୁ ଦାବି କରିଥିଲେ। ଲାଞ୍ଚ ଅର୍ଥ ନ ଦେଲେ ମାଣ୍ଡିଆ କିଣାହେବ ନାହିଁ ବୋଲି ରୋକଠୋକ ଶୁଣାଇଦେଇଥିଲେ। ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସ ଟିମ୍କୁ ଜଣାଇଥିଲେ ।
ଏ ସମ୍ପର୍କରେ ଜାଣିବାକୁ ପାଇ ଭିଜିଲାନ୍ସ ଟିମ୍ ପୂର୍ବରୁ ଛକି ବସିଥିଲା । କୁନ୍ଦୁଲି LAMPCS ସ୍ଥିତ ଅଫିସ୍ରେ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଟିମ୍ ଚଢାଉ କରି ତାଙ୍କୁ ଅଟକ କରିଛି । ତାଙ୍କ ପାଖରୁ ସମସ୍ତ ରଙ୍ଗ ବୋଳା ଲାଞ୍ଚ ଟଙ୍କା ମଧ୍ୟ ଜବତ ହୋଇଛି । ଏହି ଚଢାଉ ପରେ ସତ୍ୟନାରାୟଣ ଚଲ୍ଲଣଙ୍କ ନାଁରେ ମାମଲା ରୁଜୁ କରି ତାଙ୍କ ୨ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।