ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣି ପେରେଇ । କାର୍ଯ୍ୟ କରାଇ ଦେବାକୁ କହି ଲକ୍ଷ୍ମୀଧରଙ୍କୁ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ କିରାଣି ପେରେଇ । ଏତେ ଟଙ୍କା ଦେଇ ପାରିବେ ନାହିଁ ବୋଲି କହିଥିଲେ ମଧ୍ୟ ସଂପୃକ୍ତ କିରାଣି କିଛି ଶୁଣି ନ ଥିଲେ ।

ଶେଷରେ ନିରାଶ ହୋଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ଲକ୍ଷ୍ମୀଧର । ପୂର୍ବ ଯୋଜନା ମୁତାବକ ଶୁକ୍ରବାର କାର୍ଯ୍ୟାଳୟରେ ସେ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ଟିମ୍‌ର ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ମାଡ଼ି ବସିଥିଲେ ।

ଅଧିକ ପଢନ୍ତୁ

Odisha Darpan Digital