ଲାଞ୍ଚ ନେଇ ଧରାପଡିଲେ ପୋଲିସ ଏଏସ୍‌ଆଇ

ଚୋରା ମଦ ବେପାର ପାଇଁ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପୁଲିସ ଏଏସଆଇ। ଏଏସଆଇ ଜଣକ ହେଉଛନ୍ତି ବଡ଼ ଗାଁ ଥାନାର ଅରୁପା ନନ୍ଦ ଦାଶ। ଚୋରା ମଦ ବେପାର ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।ଗୁରୁବାର ସନ୍ଧ୍ୟାରେ ବଡ଼ଗାଁ ପୋଲିସ ଥାନାର ଏଏସ୍‌ଆଇ ଅରୂପା ନନ୍ଦ ଦାସ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଢାବାମାଲିକଙ୍କୁ ଏକ ମାମଲାରେ ସାହାଯ୍ୟ କରିବା ଏବଂ ତାଙ୍କ ବ୍ୟବସାୟକୁ ସୁଗମ କରିବା ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ମାଗୁଥିଲେ। ଏଏସ୍‌ଆଇ ଦାସ ତାଙ୍କୁ ୨୫,୦୦୦ ଟଙ୍କା ଲାଞ୍ଚ ନ ଦେଲେ ଗିରଫ କରିବାକୁ ଧମକ ମଧ୍ୟ ଦେଇଥିଲେ। ତେଣୁ ହୋଟେଲ ମାଲିକ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ଗୁରୁବାର ହୋଟେଲ ମାଲିକଙ୍କଠାରୁ ଏଏସ୍‌ଆଇ ବଡଗାଁ ଥାନା ସମ୍ମୁଖରେ ଥିବା ଏକ ଚା’ ଦୋକାନ ନିକଟରେ ୨୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଏଏସ୍‌ଆଇଙ୍କୁ ଭିଜିଲାନ୍ସ ଅଧିକାରୀମାନେ ସ୍ବତନ୍ତ୍ର ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କାବୁ କରି ଗିରଫ କରିଛନ୍ତି। ଏହାପରେ ଏଏସ୍‌ଆଇଙ୍କ କାର୍ଯ୍ୟରତ ବଡଗାଁ ଥାନା,ସରକାରୀ କ୍ବାଟର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଇଥିଲା।

ଅଧିକ ପଢନ୍ତୁ