ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜନଗର କେରେଡ଼ାଗଡ଼ ଆର୍ଆଇ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ତହସିଲ ଅନ୍ତର୍ଗତ କେରେଡ଼ାଗଡ଼ ସର୍କଲର ରାଜସ୍ୱ ନିରୀକ୍ଷକ (RI) ଶ୍ରୀ ପ୍ରଦ୍ୟୁମ୍ନ କେଶରୀ ବେହୁରା । ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା କଟକ ଭିଜିଲାନ୍ସ ଟିମ୍। ଦୀର୍ଘ ସମୟ ଧରି ସମ୍ପୃକ୍ତ ରାଜସ୍ବ ନିରୀକ୍ଷକଙ୍କୁ ଭିଜିଲାନ୍ସ ଟିମ୍ ଫଲୋ କରିଥିଲା। ଅଭିଯୋଗକାରୀ ଟଙ୍କା ଦେବା ପରେ ନିରୀକ୍ଷକ ଟଙ୍କା ନେଇ ତହସିଲ ଅଫିସକୁ ଯିବାବେଳେ ଆଗକୁ ଭିଜିଲାନ୍ସ ଟିମ୍ ଧରି ପକାଇ ଅଧିକ ପଚରାଉଚରା ପାଇଁ କେନ୍ଦ୍ରାପଡ଼ା ଭିଜିଲାନ୍ସ ଅଫିସକୁ ନେଇଛି।ଗିରଫ ପରେ ଶ୍ରୀ ବେହୁରାଙ୍କ ସହ ଜଡ଼ିତ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଏହି ସମ୍ପର୍କରେ କଟକ ଭିଜିଲାନ୍ସ ଥାନାରେ ମାମଲା ରୁଜୁ କରାଯାଇଛି । ବର୍ତ୍ତମାନ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଛି ।
