ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାଁରେ ଏତଲା

ମକର ସଂକ୍ରାନ୍ତି ସମୟରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା । କାର୍ଯ୍ୟରେ ଅବହେଳା ଯୋଗୁଁ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ ଓ ବନ୍ଦ ହେଲା ନୀତିକାନ୍ତି । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି । ଏହାସହିତ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, କମିସନରେଟ୍‌ ପୁଲିସ ଆୟୁକ୍ତ ଓ ଉପାୟୁକ୍ତଙ୍କୁ ଅଭିଯୋଗ କରାଯାଇଛି । ପୁରୁଣା ଭୁବନେଶ୍ୱର ଡାକବଙ୍ଗଳା ନିବାସୀ ଅମରେନ୍ଦ୍ର ଗରାବଡୁ ଅଭିଯୋଗରେ ଦର୍ଶାଇଛନ୍ତି ଯେ ଗତ ୧୩ ତାରିଖ ସନ୍ଧ୍ୟାରୁ ୧୫ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ହିନ୍ଦୁ ସମାଜର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଭୋଗ ଉପବାସରେ ରଖାଯାଇଛି । ମନ୍ଦିର କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ମହାନ୍ତି ତାଙ୍କ କାର୍ଯ୍ୟରେ ଅବହେଳା ଯୋଗୁଁ ଏଭଳି ହୋଇଥିବା ସେ ଅଭିଯୋଗ କରିଛନ୍ତି । ଅଭିଯୋଗ ମିଳିବା ପରେ ଷ୍ଟେସନ ଡାଇରୀ କରାଯାଇଥିବା ଲିଙ୍ଗରାଜ ଥାନା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

ଅଧିକ ପଢନ୍ତୁ